ଆଜିଠୁ ୩ ଦିନ ବର୍ଷା ସମ୍ଭାବନା, ୯ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୦୮/୦୪: ରାଜ୍ୟରେ ଆଜିଠୁ ତିନି ଦିନ ଯାଏଁ ବର୍ଷା  ସମ୍ଭାବନା । ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ଆଶଙ୍କା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୯ ଓ ୧୦ ତାରିଖରେ ବି କାଳବୈଶାଖୀ ପ୍ରଭାବରୁ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉତ୍ତର ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୯ ଓ ୧୦ ତାରିଖରେ ବି ଏହି ସବୁ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି  ପାଣିପାଗ  ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୫ ଦିନ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଦିନବେଳାର ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି । ସେପଟେ ଗୁୁରୁବାର ୫ ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ବଲାଙ୍ଗୀରର ତାପମାତ୍ରା ସର୍ବାଧିକ ୪୧.୫ ଡିଗ୍ରୀ ରହିଥିଲା ।