ଭୁବନେଶ୍ୱର,୨୫/୨: ଆଜିଠୁ ୩ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା |ପଶ୍ଚିମ ମଧ୍ୟପ୍ରଦେଶ ଓ ଏହା ସଂଲଗ୍ନ ପୂର୍ବ ରାଜସ୍ଥାନରୁ ନାଗାଲାଣ୍ଡ ତଥା ପୂର୍ବ ମଧ୍ୟପ୍ରଦେଶ, ଦକ୍ଷିଣପୂର୍ବ ଉତ୍ତରପ୍ରଦେଶ, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକା ଓ ଆସାମରେ ଘୂର୍ଣ୍ଣିବଳୟ ଏବଂ ଉପରିଭାଗରେ ଟ୍ରପଲାଇନ୍ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ।୨୫ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ର ନାଥ ପଶୁାଳକ ପୂର୍ବାନୁମାନ କରିଛନ୍ତି । ସେ କହିଛନ୍ତି, ୨୫ ଓ ୨୬ ତାରିଖରେ ଉତ୍ତର, ଦକ୍ଷିଣ ଓ ଉପକୂଳରେ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ୨୬ ଓ ୨୭ରେ ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବ । ୨୫ରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୬ରେ ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ସେ ଆକଳନ କରିଛନ୍ତି ।
-Advertisement-
-Advertisement-