ଆଜି ହାଇକୋର୍ଟରେ ଶପଥ ଗ୍ରହଣ କଲେ ତିନି ନୂଆ ବିଚାରପତି

କଟକ,୧୪/୦୨: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ଭି.ନରସିଂହ, ଜଷ୍ଟିସ ବିରଜା ପ୍ରସନ୍ନ ଶତପଥୀ ଓ ଜଷ୍ଟିସ ମୁରାହରି ଶ୍ରୀ ରମଣ ଆଜି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର ତିନି ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଥିଲେ। ଏହି ଅବସରରେ ହାଇକୋର୍ଟର ସମସ୍ତ ବିଚାରପତିଙ୍କ ସହିତ ଅନ୍ୟମାନେ ଉପସ୍ଥିତ ଥିଲେ। ତିନି ନୂଆ ବିଚାରପତିଙ୍କ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୨୧ରେ ପହଞ୍ଚିଛି।କୋଭିଡ କଟକଣା ମଧ୍ୟରେ ସୀମିତ ଅତିଥିଙ୍କୁ ନେଇ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ  ହୋଇଛି। 

-Advertisement-
-Advertisement-