Home ତାଜା ଖବର ପଦ୍ମଶୀ ବୀଣାପାଣି ମହାନ୍ତିଙ୍କ ପରଲୋକରେ ରାଜ୍ୟପାଳଙ୍କ ଶୋକ

ପଦ୍ମଶୀ ବୀଣାପାଣି ମହାନ୍ତିଙ୍କ ପରଲୋକରେ ରାଜ୍ୟପାଳଙ୍କ ଶୋକ

ପଦ୍ମଶୀ ବୀଣାପାଣି ମହାନ୍ତିଙ୍କ ପରଲୋକରେ ରାଜ୍ୟପାଳଙ୍କ ଶୋକ
:Image source:NBT Odisha

କଟକ,୨୫/୪:ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ପଦ୍ମଶ୍ରୀ ସହ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନରେ ସେ ସମ୍ମାନିିତ ହୋଇଥିଲେ। ସାହିତ୍ୟ ଏକାଡେମୀ ଓ ଶାରଳା ସମ୍ମାନରେ ସେ ସମ୍ମାନିତ ହୋଇଥିଲେ। ପାଟଦେଈ, କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ ପୁସ୍ତକ ପାଇଁ ସୁଖ୍ୟାତି ସେ ପାଇଥିଲେ। ପଦ୍ମଶୀ ବୀଣାପାଣି ମହାନ୍ତିଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ଓଡ଼ିଆ ସାହିତ୍ୟକୁ ସେ ବହୁ ଭାବରେ ସମୃଦ୍ଧ କରିଛନ୍ତି ଏବଂ ତାଙ୍କର ସୃଷ୍ଟି ମାଧ୍ୟମରେ ସେ ଚିର ସ୍ମରଣୀୟ ରହିବେ ବୋଲି ରାଜ୍ୟପାଳ ଟୁଇଟ୍ କରିଛନ୍ତି।