ଭୁବନେଶ୍ବର ,୨୪/୦୩: ରାଜ୍ୟର ପୌର ନିର୍ବାଚନ ପାଇଁ ଆରମ୍ଭ ହୋଇଯାଇଛି ଭୋଟ ଗ୍ରହଣ । ପୌର ନିର୍ବାଚନ ପାଇଁ ଆଜି ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ଚାଲିବ । ପ୍ରତମଥର ପାଇଁ ମେୟର ଓ ପୌରାଧ୍ୟକ୍ଷ ପାଇଁ ହେଉଛି ପ୍ରତ୍ୟେକ୍ଷ ମତଦାନ । ୪୭ଟି ମ୍ୟୁନିସପାଲିଟି, ୫୯ ଏନଏସି ଓ ୩ ମହାନଗର ନିଗମ ପାଇଁ ମତଦାନ ହେବ । ଆଜି ମତଦାନ ସାବ୍ୟସ୍ତ କରିବେ ୪୦ ଲକ୍ଷରୁ ଉଦ୍ଧ୍ୱର୍ ମତଦାତା । ମତଦାନ ଲାଗି ସାରା ରାଜ୍ୟରେ ୧୯୫ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି । ସମ୍ବେଦନଶୀଳ ବୁଥଗୁଡ଼ିକରେ ଭିଡିଓଗ୍ରାଫିର ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏଥର ମ୍ୟୁନିସପାଲଟି ଓ ଏନ୍ ଏସିର ୧ହଜାର ୬୭୨ଟି ୱାର୍ଡ ଏବଂ ୩ଟି ମହାନଗର ନିଗମର ୧୬୫ଟି ୱାର୍ଡରେ ନିର୍ବାଚନ ହେଉଛି ।ମେୟର/ପୌରାଧ୍ୟକ୍ଷ ପଦବୀ ପାଇଁ ୫୬୯ଜଣ, କର୍ପୋରେଟର/କାଉନସିଲର ପଦବୀ ପାଇଁ ୫ ହଜାର ୮୪୨ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ମ୍ୟୁନିସିପାଲିଟି/ଏନ୍ ଏସିର ୨ହଜାର ୯୮୯ଟି ବୁଥ୍ ରେ ଏବଂ ୩ଟି ମହାନଗର ନିଗମର ୧ ହଜାର ୩୮୪ ବୁଥ୍ ରେ ୪୦ଲକ୍ଷ ୫୫ହଜାର ୫୩ଜଣ ମତଦାନ ଚାଲିଛି। ମତଦାତା ଜାଣିବା ପାଇଁ କାଉନସିଲର/କର୍ପୋରେଟର ନିର୍ବାଚନ ପାଇଁ ଗୋଲାପୀ ରଙ୍ଗର କାଗଜ ଏବଂ ପୌରାଧ୍ୟକ୍ଷ/ମେୟର ନିର୍ବାଚନ ପାଇଁ ହଳଦିଆ କାଗଜ ଇଭିଏମ୍ ରେ ବ୍ୟବହାର କରାଯାଉଛି। ସେହିପରି ଏଥର ଇଭିଏମ୍ ରେ ନୋଟା ଅପସନ୍ ରହିଛି। ମହିଳାଙ୍କ ପାଇଁ ଫିଙ୍କ୍ ବୁଥ୍ ର ବ୍ୟବସ୍ଥା କରାଯାଇଛି। ଶାନ୍ତି ଶୃଙ୍ଖଳାର ସହିତ ଭୋଟ୍ ଗ୍ରହଣ ପାଇଁ ୧୯୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ସମ୍ବେଦନଶୀଳ ଓ ଅତି ସମ୍ବେଦନଶୀଳ ବୁଥ୍ ଉପରେ ନଜର ରଖାଯାଇଛି ।