ଭଦ୍ରକ ୨୨।୨: ବିଜେପି ନେତାଙ୍କ ଦ୍ଵାରା ହତ୍ୟା ଅଭିଯୋଗ ଆଣିଲା ବିଜେଡି । ଭଦ୍ରକ ଜିଲ୍ଲା ଧାମନଗର ଥାନା ଦଳାଙ୍ଗ ପଂଚାୟତ ଜାହାଙ୍ଗିର ଅଞ୍ଚଳରେ ରାଜନୈତିକ ଆକ୍ରୋଶ ଯୋଗୁଁ ଜଣେ ଯୁବକ ଏକ ରାଜନୈତିକ ଦଳର ଲୋକେ ପିଟିପିଟି ହତ୍ୟା କରିଥିବା ନେଇ ମୃତକଙ୍କ ସମ୍ପର୍କୀୟ ଅଭିଯୋଗ କରିଥିଲେ । ମୃତକ ହେଉଛନ୍ତି ଜାହାଙ୍ଗିର ଅଞ୍ଚଳର ପ୍ରତାପ ଚନ୍ଦ୍ର ରାଉତ । ପ୍ରତାପ ରାତିରେ ଘରକୁ ଯାଉଥିବା ବେଳେ କେତେକ ଲୋକ ତାଙ୍କୁ ଆକ୍ରମଣ କରିଥିଲେ । ଘଟଣା ବିଷୟରେ ଜାଣି ତାଙ୍କ ଭାଇ ଓ ଗ୍ରାମର କେତେକ ଲୋକ ବାହାରକୁ ବହାରିବାରୁ ତାଙ୍କୁ ମଧ୍ୟ ଧମକ ଦେବା ସହ ମାଡ ମରାଯାଇଥିବା ଅଭିଯୋଗ ହୋଇଥିଲା । ତେବେ ଏହି ଘଟଣା ପରେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ବ୍ୟୋମକେଶ ରାଏ, ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ଧାମନଗର ବ୍ଲକ୍ ଅଧ୍ୟକ୍ଷ ଅଶୋକ ନାୟକ ପ୍ରମୁଖ ସାମ୍ବାଦିକ ସମ୍ମିଳନୀରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି ।