ଭୁବନେଶ୍ବର ,୧୨।୪ ରାଜ୍ୟର ୩ ଜିଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩ ଜିଲାର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝର ଜିଲାର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା କରାଯାଉଛି। ଆସନ୍ତା କାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ପାଣିପାଗ ବିଭାଗର ସୂଚନା ଅନୂଯାଇ ଆସନ୍ତା କାଲି ଠାରୁ ୫ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ଏହା ସହ କିଛି ଜିଲ୍ଲାରେ ଘଡ଼ଘଡ଼ିର ମଧ୍ୟ ସମ୍ଭାବନା ରହିଛି ଯାହାକୁ ନେଇ ଆଜି ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଆସନ୍ତା କାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଆଦି ଜିଲ୍ଲାରେ ଆସନ୍ତାକାଲି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହିତ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ସେହିଭଳି ୧୪ ଓ ୧୫ ତାରିଖରେ ଉପକୂଳ ଓ ଅଭ୍ୟନ୍ତରୀଣ ଓଡ଼ିଶା ପାଇଁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଏହାପରେ ୧୫ ରୁ ୧୭ ତାରିଖ ପର୍ଯ୍ୟନ୍ତ ଅଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାକୁ ସତର୍କ ସୂଚନା ଜାରି କରାଯାଇଛି ।