ଭୁବନେଶ୍ୱର ୦୭।୦୪ : ଆଜି ୫୮ ଏନ୍ଏସି ଓ ୪୭ ପୌର ପରିଷଦର ଉପାଧ୍ୟକ୍ଷ ପାଇଁ ହେବ ନିର୍ବାଚନ । ଆଜି ପୂର୍ବାହ୍ନ ୧୦ଟାରୁ ୧୧ଟା ମଧ୍ୟରେ ପୌର ଉପାଧ୍ୟକ୍ଷ ପଦବୀ ଲାଗି ହେବ ନାମାଙ୍କନ । ୧୧ଟାରୁ ୧୨ ଟା ମଧ୍ୟରେ ନାମାଙ୍କନ ପତ୍ର ଯାଞ୍ଚ । ଦିନ ଗୋଟାଏ ଯାଏ ଚାଲିବ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପ୍ରକ୍ରିୟା। ଅପରାହ୍ନ ସାଢ଼େ ଗୋଟାଏରୁ ସାଢ଼େ ୩ଟା ଯାଏ ହେବ ମତଦାନ । ମତଦାନ ପରେ ହିଁ ଭୋଟ ଗଣତି ଓ ଫଳାଫଳ ଘୋଷଣା ହେବ । ସେହିଭଳି ଆଜି କଟକ, ୮ ତାରିଖରେ ବ୍ରହ୍ମପୁର ଓ ୯ ତାରିଖରେ ଭୁବନେଶ୍ୱର ମହାନଗର ନିଗମ ଡେପୁଟି ମେୟର ପଦ ପାଇଁ ହେବ ନିର୍ବାଚନ। ମହାନଗରଗୁଡ଼ିକରେ ପୂର୍ବାହ୍ନ ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନ ଦାଖଲ, ୧୧ଟାରୁ ୧୨ଟା ମଧ୍ୟରେ ନାମାଙ୍କନ ପତ୍ର ଯାଞ୍ଚ । ଦିନ ଗୋଟାଏ ଯାଏ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପ୍ରକ୍ରିୟା ଏବଂ ଅପରାହ୍ନ ସାଢ଼େ ଗୋଟାଏରୁ ମତଦାନ ଆରମ୍ଭ ହେବ । ମତଦାନ ପରେ ସେହିଦିନ ଭୋଟ ଗଣତି ଓ ଫଳାଫଳ ଘୋଷଣା କରାଯିବ । ୨ ରୁ ଅଧିକ ପ୍ରାର୍ଥୀ ରହିଲେ, ରାଉଣ୍ଡ ୱାରି ଭୋଟିଂ ହେବ । ପ୍ରତି ରାଉଣ୍ଡରେ କମ୍ ଭୋଟ ପାଇଥିବା ଜଣେ ଲେଖାଏଁ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତାରୁ ହଟିବେ । ଶେଷ ୨ଜଣଙ୍କ ମଧ୍ୟରେ ଚୂଡ଼ାନ୍ତ ଲଢ଼େଇ ହେବ ।ଯଦି ଉଭୟ ପ୍ରାର୍ଥୀଙ୍କ ଭୋଟ୍ ସମାନ ହୁଏ, ଲଟେରି ଜରିଆରେ ଫଇସଲା ହେବ । ଦଳବଦଳ ନିରୋଧ ଆଇନ ଲାଗୁ ହୋଇଥିବାରୁ ଭୋଟ୍ ବେଳେ ଦଳୀୟ କାଉନସିଲର ଓ କର୍ପୋରେଟରମାନେ ଏଜେଣ୍ଟମାନଙ୍କୁ ନିଜ ଭୋଟ୍ ଦେଖାଇବେ ।
-Advertisement-
-Advertisement-