ଆସୁଛି ଲଘୁଚାପ, ୨୪ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ରୂପ ନେବ

ଭୁବନେଶ୍ୱର ,୦୪/୦୪:ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଜି ଓ କାଲି ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କାନ୍ଦାଲ, ମୟୂରଭଞ୍ଜ, ବାଲାସୋର ଏବଂ ଭଦ୍ରକ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା ସହ ଘଡ଼ିଘଡ଼ି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି । ଅନ୍ୟପକ୍ଷରେ ଆସୁଛି ଏକ ଲଘୁଚାପ। ଆସନ୍ତା ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।ର୍ଣ୍ଣିବଳୟ ସୃଷ୍ଟି ହେବାର ୨୪ ଘଣ୍ଟା ପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଣ୍ଡାମାନ ସାଗର ଆଖପାଖ ଅଞ୍ଚଳରେ ବର୍ଷା ଓ ପବନର ସମ୍ଭାବନା ରହିଛି । ତେବେ ଓଡ଼ିଶାରେ ଏହାର ପ୍ରଭାବ କ’ଣ ରହିବ ସେ ନେଇ ସ୍ପଷ୍ଟ ଭାବେ କିଛି କୁହାଯାଇନାହିଁ । ଅନ୍ୟପକ୍ଷରେ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଭ୍ୟନ୍ତରୀଣ ଓଡ଼ିଶାରେ ଆଉ ୪- ୫ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ ।

-Advertisement-
-Advertisement-