ଓଡ଼ିଶାରେ ପହଁଞ୍ଚିଲେ ରାଷ୍ଟ୍ରପତି,ସ୍ୱତନ୍ତ୍ର ହେଲିକାପ୍ଟରରେ କଲେ ପୁରୀ ଯାତ୍ରା

ଭୁବନେଶ୍ବର ,୧୯।୨:ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହିଁଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଭୁବନେଶ୍ବର ବିମାନବନ୍ଦରରୁ ପୁରୀ ଅଭିମୁଖେ ବାହାରି ଯାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇଛନ୍ତି । ଏହି ଅବସରରେ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ଓ ବହୁ ବରିଷ୍ଠ ଅଧିକାରୀ ବିମାନ ବନ୍ଦରରେ ଉପସ୍ଥିତ ଥିଲେ । ଆଜି ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ପୁରୀ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗସ୍ତ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥା ପାଇଁ ପ୍ରାୟ ୪୦ ପ୍ଲାଟୁନ୍ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି। ଏହା ପୁରୀର ରାଷ୍ଟ୍ରପତିଙ୍କ ତୃତୀୟ ଗସ୍ତ ହେବ।  କାର୍ଯ୍ୟସୂଚୀ ଅନୁଯାୟୀ ରାଷ୍ଟ୍ରପତି କୋବିନ୍ଦ ସନ୍ଧ୍ୟାରେ ପୁରୀ ଜଗନ୍ନାଥ ମନ୍ଦିର ପରିଦର୍ଶନ କରିବେ। ରାଷ୍ଟ୍ରପତିଙ୍କ ଦର୍ଶନ ସମୟରେ କୌଣସି ଭକ୍ତଙ୍କୁ ଶ୍ରୀମନ୍ଦିର ଭିତରେ ପ୍ରବେଶ ପାଇଁ ଅନୁମତି ଦିଆଯିବ ନାହିଁ । ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ରୀ ଏସ୍‌ଓପି ଜାରି କରାଯାଇଛି । ରାଷ୍ଟ୍ରପତି ଶ୍ରିମନ୍ଦିର ଯିବା ସମୟରେ ଅପରାହ୍ନ ୪ ଟାରୁ ୬ ଟା ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଭକ୍ତ ମନ୍ଦିରରେ ପ୍ରବେଶ କରିପାରିବେ ନାହିଁ। ପୁରୀ ଅଧୀକ୍ଷକ ବିଶାଲ ସିଂ ଆଜି କହିଛନ୍ତି ଯେ ପୋଲିସ୍ କର୍ମଚାରୀଙ୍କ ଏକ ସ୍ପଟ୍ ବ୍ରିଫିଂ କରାଯାଇଛି।