ପୁରୀ,୬/୨: କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷର ଚନ୍ଦ୍ରଭାଗା ମାଘମେଳା ବୁଡ଼ ବନ୍ଦ କରି ଦେଇଛି ପୁରୀ ଜିଲ୍ଲା ପ୍ରଶାସନ । ଏଥିରେ କଟକଣା ଲଗାଇଛି। କେବଳ ମାଘସପ୍ତମୀ ନୀତିକାନ୍ତି ସ୍ବାଭାବିକ ଚାଲିବ। ବାକି ସବୁକିଛି ବନ୍ଦ ରଖାଯାଇଛି ବୋଲି ଉପଜିଲ୍ଲାପାଳ ଭବତାରଣ ସାହୁ କହିଛନ୍ତି। ଏ ଉପରେ ବିଧିବଦ୍ଧ ଆଦେଶନାମା ଜାରି ହୋଇଛି। ଜାରି ନିର୍ଦ୍ଦେଶନାମାରେ କୁହାଯାଇଛି ଯେ ମାଘମେଳାକୁ ଦୃଷ୍ଟିରେ ରଖି କୋଣାର୍କ ଥାନା ଅନ୍ତର୍ଗତ ଚନ୍ଦ୍ରଭାଗା ମେଳା ପଡ଼ିଆ, ତୀର୍ଥ ପୁଷ୍କରିଣୀ, ନବଗ୍ରହ ମନ୍ଦିରରେ ସର୍ବସାଧାରଣ ଦର୍ଶନ ଓ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ରବିବାର(୬ ତାରିଖ) ଅପରାହ୍ନ ୪ଟାରୁ ୭ ତାରିଖ ସକାଳ ୯ଟା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ।
-Advertisement-
-Advertisement-