ମହାମହିମ ରାଷ୍ଟ୍ରପତିଙ୍କ ପୁରୀଗସ୍ତ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ

ପୁରୀ- ତା.୧୫.୦୨.୨୦୨୨- ମହାମହିମ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ସମ୍ଭାବ୍ୟ ଦୁଇ ଦିନିଆ ପୁରୀଗସ୍ତ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ରାଜ ଭବନରେ ଉକ୍ତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ଆସନ୍ତା ୧୯ ଓ ୨୦ ତାରିଖରେ ରାଷ୍ଟ୍ରପତି ପୁରୀଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ଶରଧାବାଲି ଠାରେ ଶ୍ରୀ ଚୈତନ୍ୟ ଗୌଡିୟ ମଠର ଏକ କାର୍ଯ୍ୟକ୍ରମରେ ଯୋଗଦେବା କାର୍ଯ୍ୟସୂଚୀ ରହିଛି । ଏଥିନିମନ୍ତେ ଅଧିକାରୀ ମାନଙ୍କୁ ବିଭିନ୍ନ ଦାୟିତ୍ବ ପ୍ରଦାନ କରାଯାଇଛି । ହେଲିପ୍ୟାଡ, ଶ୍ରୀମନ୍ଦିର, ରାଜଭବନ ଏବଂ ଶରଧାବାଲିକୁ ସଂଯୋଗ କରୁଥିବା ରାସ୍ତା ମରାମତି ଓ ଯାଞ୍ଚ, ନିରବର୍ଛିନ ବିଦ୍ୟୁତ ସେବା, ଡାକ୍ତରୀ ଦଳ ଓ ଆମ୍ବୁଲାନ୍ସ ମୁତୟନ, ଆତିଥେୟତା ଆଦି ସଂପର୍କରେ ଆଲୋଚନା ହୋଇଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଜ ଭବନରେ ସମସ୍ତ ପ୍ରସ୍ତୁତି ଯୋରଦାର କରାଯାଇଛି । ଆନୁଷଙ୍କିକ ବ୍ୟବସ୍ଥା ନେଇ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ଏହି ଅବସରରେ ଅନ୍ୟାନ୍ୟ ଅଧିକାରୀଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଶ୍ରୀ ସୁଭାଷଚନ୍ଦ୍ର ନାଥଶର୍ମା, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ରାଜ୍ୟପାଳଙ୍କ କମ୍ପଟ୍ରୋଲର ଶ୍ରୀ ଗୌତମ ଚୌଧୁରୀ, ସ୍ବତନ୍ତ୍ର ଭୂଅର୍ଜନ ଅଧିକାରୀ ଶ୍ରୀ କୈଳାଶ ଚନ୍ଦ୍ର ନାୟକ, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ବାଇଁ, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଶ୍ରୀ ଅଜିତ ମହାପାତ୍ର, ଡେପୁଟି କଲେକ୍ଟର ଶ୍ରୀ ଜିତେନ୍ଦ୍ର କୁମାର ପାତ୍ର, ଶ୍ରୀ ପ୍ରଶାନ୍ତ କୁମାର ଜେନା, ଶ୍ରୀ ଗୋପିନାଥ ମିଶ୍ର, ଜିଲ୍ଲା ସୂଚନା ବିଜ୍ଞାନ ଅଧିକାରୀ ଶ୍ରୀ ବିଶ୍ବନାଥ ପଣ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

-Advertisement-
-Advertisement-