ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭଞ୍ଜନଗର, ୦୬/୦୪ : ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର କ୍ଷୁଦ୍ର ଜଳସେଚନ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଘରେ ଭିଜିଲାନ୍ସ ଚଢାଉ ହେଉଛି।  ଗଞ୍ଜାମ ଭଞ୍ଜନଗର ଏମଆଇ ଡିଭିଜନର ସହକାରୀ ଯନ୍ତ୍ରୀଙ୍କ ଘରେ ଏହି ରେଡ୍ ହୋଇଛି । ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉତଙ୍କ ୬ଟି ସ୍ଥାନରେ ଚାଲିଛି ଭିଜିଲାନ୍ସ ରେଡ୍ । ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାର ୬ଟି ସ୍ଥାନରେ ଏକକାଳୀନ ରେଡ୍ ଚାଲିଥିବା ଜଣାପଡିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ କରୁଛି ଭିଜିଲାନ୍ସ । ଏଥିରେ ୫ ଡିଏସପି, ୧୧ ଇନ୍ସପେକ୍ଟରଙ୍କ ସମେତ ଅନ୍ୟ ଭିଜିଲାନ୍ସ ଅଧିକାରୀ ସାମିଲ ହୋଇଥିବା ଜଣାପଡିଛି ।