Home ତାଜା ଖବର ସୋରୋ ବସ୍ ଦୁର୍ଘଟଣା: ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା

ସୋରୋ ବସ୍ ଦୁର୍ଘଟଣା: ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା

ସୋରୋ ବସ୍ ଦୁର୍ଘଟଣା: ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା

ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ସୋରୋ ଠାରେ ଶାନ୍ତିଲତା ବସ୍ ଦୁର୍ଘଟଣାରେ ଛଅ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ଆତ୍ମୀୟଙ୍କ ପାଇଁ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ରାଶି ସହାୟତା ଆକାରରେ ଘୋଷଣା କରିଛନ୍ତି। ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ବ୍ୟକ୍ତିମାନଙ୍କୁ ସମସ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ପ୍ରକାଶଥାଉକି ଶନିବାର ସକାଳେ ଉଦଳାରୁ ଭୁବନେଶ୍ବର ଆସୁଥିବା ବେଳେ ସୋରୋ ଠାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା।