ଭୁବନେଶ୍ୱର ,୨୧।୨ : ୧୨୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେଉଛି ଦେଶର ପ୍ରଥମ ଇନ୍ଡୋର ଆଥଲେଟିକ୍ ଷ୍ଟାଡିୟମ |ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ କମ୍ପଲେକ୍ସ ଗସ୍ତ କରି ସେଠାରେ ୩୦୦ କୋଟି ଟଙ୍କାର ବିଭିନ୍ନ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପ ବିଶେଷତଃ ନିର୍ମଣାଧୀନ ଇନ୍ଡୋର ଆଥଲେଟିକ୍ ଷ୍ଟାଡିଅମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ଇନ୍ଡୋର ଆଥଲେଟିକ୍ ଷ୍ଟାଡିଅମ ହେଉଛି ଦେଶର ସର୍ବ ପ୍ରଥମ ଇନ୍ଡୋର ଆଥଲେଟିକ୍ ଷ୍ଟାଡିଅମ ।ଏହି ଷ୍ଟାଡିଅମରେ ଆଗାମୀ ଦିନରେ ଜାତୀୟ ଓ ଆନ୍ତର୍ଜାତୀୟ କ୍ରୀଡା ଅନୁଷ୍ଠିତ ହେବାର ସବୁ ସୁବିଧା ଉପଲବ୍ଧ ହେବ ମୁଖ୍ୟମନ୍ତ୍ରୀ କହିଛନ୍ତି । ଆଥଲେଟ ମାନଙ୍କ ପାଇଁ ଏହି ଇନ୍ଡୋର ସୁବିଧା ଦେଶରେ ଆଥଲେଟିକ୍ ଖେଳର ବିକାଶକୁ ଜୋରଦାର କରିବ ଏବଂ ଏହି ଷ୍ଟାଡିଅମ ଆଗାମୀ ଦିନରେ ଆଥଲେଟିକ ଚମ୍ପିଆନ ସୃଷ୍ଟି କରିବାରେ ଏକ ଅଗ୍ରଣୀ ଭୂମିକା ଗ୍ରହଣ କରିବ । ଏହି ଷ୍ଟାଡିଅମଟି ୧୨୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ କରାଯାଉଛି ଏବଂ ଚଳିତ ୨୦୨୨ ସୁଦ୍ଧା ସମ୍ପୂର୍ଣ୍ଣ ହେବ ବୋଲି ଜଣାଯାଇଛି । ଏଥିରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଆଥଲେଟିକ କ୍ରୀଡା ଅନୁଷ୍ଠିତ ହେବ ଏବଂ ଖେଳାଳୀମାନେ ସାରା ବର୍ଷ ତମାମ ଖେଳ ଅଭ୍ୟାସ ଜାରି ରଖିପାରିବେ । ଶହେ ଜଣ ଖେଳାଳୀଙ୍କୁ କୋଚିଂ ଦେବା ପାଇଁ ଏଥିରେ ଆବାସିକ ସୁବିଧା ମଧ୍ୟ ରହିଛି। ଏହାପରେ ମୁଖ୍ୟମନ୍ତ୍ରୀ ନିର୍ମଣାଧୀନ ଟେନିସ ସେଣ୍ଟର ପ୍ରକଳ୍ପ ମଧ୍ୟ ପ୍ରଦର୍ଶନ କରିଥିଲେ। ଏହି ଟେନିସ୍ ସେଣ୍ଟର ଆଇଟିଏଫ ଟୁର୍ଣ୍ଣାମେଣ୍ଟ ଓ ଡେଭିସ କପ ଭଳି ଜାତୀୟ ଓ ଆନ୍ତର୍ଜାତୀୟ କ୍ରୀଡା ଅନୁଷ୍ଠିତ ହେବାର ସୁବିଧା ଉପଲବ୍ଧ ହେବ । ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମରେ ରାଜ୍ୟ କ୍ରୀଡା ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପ ଅଧୀନରେ ଏହିସବୁ କ୍ରୀଡା ପ୍ରକଳ୍ପ ନିର୍ମାଣ କରାଯାଉଛି। ପଚାରି ବୁଝିଥିଲେ।