ଧର୍ମଗଡ଼ ,୦୭।୦୩ : କଳାହାଣ୍ଡି ଜିଲ୍ଲାର ଜଣେ କଲେଜ୍ ପ୍ରିନ୍ସିପାଲ୍ ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ବିଶ୍ୱନାଥପୁରର ହୀରାନୀଳା କଲେଜ୍ ଅଧ୍ୟକ୍ଷ ରମେଶ ସାହୁଙ୍କ ଘରେ ରେଡ୍ ହୋଇଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ଭିଜିଲାନ୍ସ ରେଡ୍ ହୋଇଥିବା ଜଣାପଡ଼ିଛି । ଭୁବନେଶ୍ୱର, ଖୋର୍ଦ୍ଧା ଓ କଳାହାଣ୍ଡିର ବିଭିନ୍ନ ସ୍ଥାନରେ ଚାଲିଛି ଚଢ଼ାଉ । ଭିଜିଲାନ୍ସ ଇନ୍ସପେକ୍ଟର ପ୍ରମିଳା ସୁନାଙ୍କ ନେତୃତ୍ୱରେ ରମେଶ ସାହୁଙ୍କ ବିଶ୍ୱନାଥପୁର ସ୍ଥିତ ବାସଭବନରେ ଚଢାଉ କରାଯାଇଥିବା ବେଳେ ତାଙ୍କ ଭୁବନେଶ୍ୱର ଆର୍ଯ୍ୟ ଭିଲେଜ ସ୍ଥିତ ବାସଭବନ ଓ ତାଙ୍କ ପତ୍ନୀଙ୍କ ନାମରେ ଥିବା କ୍ରସର ଉପରେ ମଧ୍ୟ ଭିଜିଲାନ୍ସର ଟିମ୍ ଚଢାଉ କରିଛି।ରମେଶ ସାହୁ ବିଶ୍ୱନାଥପୁର ସ୍ଥିତ ମାଁ ହୀରାନୀଳା ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବେ ଦାୟିତ୍ୱରେ ଥିଲେ । ଏହି ସମୟରେ ମହାବିଦ୍ୟାଳୟର କୋଟି କୋଟି ଟଙ୍କା ଚଳୁ କରିଥିବା ସହିତ ଚାକିରି କରାଇଦେବା ନାଁରେ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା ।ଏପରିକି ଅଭିଯୋଗ ପରେ ସେ ଫେରାର ହୋଇଯାଇଥିଲେ । ପରେ ପୁଲିସ ହାତରେ ଧରାପଡି ଜେଲ ଯାଇଥିଲେ । ସେହିଦିନ ଠାରୁ ତାଙ୍କର ପତ୍ନୀଙ୍କ ନାମରେ ଥିବା ବେନାମୀ ସମ୍ପତ୍ତି ଭିଜିଲାନ୍ସ ସ୍କାନର ରହିଥିଲା ।
-Advertisement-
-Advertisement-