ଉଦଘାଟିତ ହେଲା ଶ୍ରୀଜଗନ୍ନାଥ ମେଡିକାଲ କଲେଜ

ପୁରୀ ୧୧।୦୪: ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଓ ହସ୍ପିଟାଲ ଉଦଘାଟିତ ହୋଇଛି । ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେଡିକାଲ କଲେଜକୁ ଉଦଘାଟନ ଉଦଘାଟନ କରିଛନ୍ତି । ଭର୍ଚୁଆଲରେ ଉପସ୍ଥିତ ରହି ନୂତନ ଭାବେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ କଥା ହୋଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭେୟ । ଏହା ସହ ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁକରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ କହିଲେ କେନ୍ଦ୍ରମନ୍ତ୍ରୀ ।ପ୍ରଥମ ବ୍ୟାଚରେ ଆଡମିଶନ କରିଥିବା ଶହେ ଜଣ MBBS ଛାତ୍ରଛାତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଭାବବିନିମୟ କରିବେ। କଲେଜରେ ୧୯ଟି ବିଭାଗରେ ପାଠ୍ୟକ୍ରମ ପଢାଯିବ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା। ସୋମବାର ଅପରାହ୍ଣ ୫ଟାରେ ମେଡିକାଲ କଲେଜ ପରିସରରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଓହ୍ଲାଇଥିଲା। ସେଠାରୁ ମେଡିକାଲ କଲେଜକୁ ଯାଇ ଲୋକାର୍ପଣ ଉତ୍ସବରେ ଯୋଗଦେଇଛନ୍ତି ନବୀନ। ଲୋକାର୍ପଣ କାର୍ଯ୍ୟକ୍ରମ ପରେ ଛାତ୍ରଛାତ୍ରୀଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ପୁରୀ ଏସପିଙ୍କ ସହ ସୁରକ୍ଷା ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ। ରବିବାର ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜରେ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି। ପ୍ରଥମ ବ୍ୟାଚ୍ ପାଇଁ ଶହେ ଜଣ ଛାତ୍ରଛାତ୍ରୀ ଆଡ଼ମିଶନ ନେଇଥିବା ବେଳେ ପାଠପଢା ପାଇଁ ସମସ୍ତ କ୍ଲାସ ରୁମ୍ ସେମାନଙ୍କୁ ଅପେକ୍ଷା କରିଥିବା ବିଦ୍ୟାର୍ଥୀ କହିଥିଲେ। ମେଡିକାଲ କଲେଜରେ ପଢାଇବା ପାଇଁ ୧୫୦ ଜଣ ପ୍ରଫେସର, ବିଶେଷଜ୍ଞ, ସହକାରୀ ପ୍ରଫେସର ମଧ୍ୟ ଯୋଗ ଦେଇ ସାରିଛନ୍ତି।

-Advertisement-
CM Naveen Patnaik to dedicate Shri Jagannath Medical College and Hospital today
-Advertisement-