Home ତାଜା ଖବର ଏଥର ଭକ୍ତଙ୍କ ଗହଣରେ ଚାପ ଖେଳିବେ ମହାପ୍ରଭୁ

ଏଥର ଭକ୍ତଙ୍କ ଗହଣରେ ଚାପ ଖେଳିବେ ମହାପ୍ରଭୁ

ଏଥର ଭକ୍ତଙ୍କ ଗହଣରେ ଚାପ ଖେଳିବେ ମହାପ୍ରଭୁ

ପୁରୀ, ୧୨।୪ :ଆଜି  ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥର ଭକ୍ତଙ୍କ ଗହଣରେ ଚାପ ଖେଳିବେ ମହାପ୍ରଭୁ। ଶ୍ରୀଜୀଉଙ୍କ ଚନ୍ଦନଯାତ୍ରାରେ ସାମିଲ ହୋଇପାରିବେ ଶ୍ରଦ୍ଧାଳୁ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ୟାଦବ ସୂଚନା ଦେଇଛନ୍ତି।  ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ପାଇଁ ନୀତିକାନ୍ତି ଚୂଡାନ୍ତ ହୋଇଛି ।  ଗତ ୨ ବର୍ଷ ଧରି ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା କୋଭିଡ ଯୋଗୁ ବନ୍ଦ ରହିଥିଲା। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ୟାଦବଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ , ଏସପି ଓ ସମସ୍ତ ନିଯୋଗର ସେବାୟତ ପ୍ରତିନିଧିମାନେ ଉପସ୍ଥିତ ଥିଲେ।