ମଙ୍ଗଳବାର କ’ଣ କହୁଛି ଆପଣଙ୍କ ରାଶିଫଳ ।

ମେଷ: ଏକାଦଶ ଚନ୍ଦ୍ର ହେତୁ ଆୟର ମାର୍ଗ ଅତି ଉତ୍ତମ ରହିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ। ମୂଲ୍ୟବାନ ଧାତୁ, ଭୂମି କ୍ରୟ କରିପାରନ୍ତି କିମ୍ବା ନୂତନ ଗୃହ ନିର୍ମାଣ କର୍ମ ଆରମ୍ଭ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। କର୍ମରେ ସଫଳତା ଏବଂ ସମସ୍ତଙ୍କର ଶ୍ରଦ୍ଧା ପ୍ରାପ୍ତ କରିବେ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଉଚ୍ଚମନା ହେବେ। ମହିଳାମାନେ ସ୍ୱାବଲମ୍ବୀ ହେବେ।

-Advertisement-

ବୃଷ: ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମ ପ୍ରତି ଅଧିକ ଆଗ୍ରହ ରହିବ। ଆଜି ଯେ କୌଣସି କାମ ହାତକୁ ନେବେ ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ଓ କର୍ମକୁଶଳତା ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ମନରେ ପ୍ରସନ୍ନତା ଓ ଶରୀରରେ ସୁସ୍ଥତା ଅତୁଟ ରହିବ। ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଧ୍ୟାନ ଦେବେ। ମହିଳାମାନେ ପ୍ରହୁଷ୍ଟମନା ହେବେ।

ମିଥୁନ: କୃଷ୍ଣପକ୍ଷର ନବମ ଚନ୍ଦ୍ର ହେତୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନମାଳିନ୍ୟ ଏବଂ ନିଜର ଅତିପ୍ରିୟ ବନ୍ଧୁଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଏବଂ କର୍ମରେ ବିଫଳତା ଓ ପଦସ୍ଥ କର୍ମ•ରୀଙ୍କ ରୋଷର ଶିକାର ହେବେ। ଯେଉଁମାନଙ୍କର ମୃଗଶିରା ଓ ଆର୍ଦ୍ରା ମିଥୁନ ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରୁ ବିଚ୍ୟୁତ ହେବେ। ମହିଳାମାନେ ଅପମାନ ଓ ଅପନିନ୍ଦା ପାଇବେ।

କର୍କଟ: ଅଷ୍ଟମ ଚନ୍ଦ୍ର ହେତୁ ଧନକ୍ଷତି, ମାନସିକ ଦୁଶ୍ଚିନ୍ତା, ପରିବାରରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ। ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମ ପ୍ରତି ଆଗ୍ରହୀ ହେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବାଧାବିଘ୍ନ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ। ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ବିମୁଖ ହେବେ। ମହିଳାମାନେ ଥଣ୍ଡାରୋଗରେ ପଡ଼ିବେ।

ସିଂହ: ସପ୍ତମ ଚନ୍ଦ୍ର ଓ ଚନ୍ଦ୍ର କୁମ୍ଭ ରାଶିରେ ଅବସ୍ଥାନ କରୁଥିବା ହେତୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ ଏବଂ ମନ ଅସ୍ଥିର ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ। କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ପ୍ରେରଣା ଏବଂ ସହାୟତା ପ୍ରାପ୍ତ କରିବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ପରିବାର ସେବାରେ ବ୍ରତୀ ହେବେ।

କନ୍ୟା: ରୋଗ, ଋଣ, ଶତ୍ରୁ – ଏ ତିନୋଟିରୁ ମୁକ୍ତି ମିଳିବ ଏବଂ ଶରୀର ରୋଗଗ୍ରସ୍ତ ହେବ। ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ସମାଜ ମଙ୍ଗଳ କାର୍ଯ୍ୟରେ ନିଜକୁ ବିନିଯୋଗ କରିବେ। ମନରେ ପ୍ରସନ୍ନତା, ପରିବାରରେ ପବିତ୍ରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଆପଣାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ପ୍ରାପ୍ତି ହେବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଉଚ୍ଚମନା ହେବେ। ମହିଳାମାନେ ପରୋପକାରୀ ହେବେ।

ତୁଳା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ହେତୁ ବିନା କାରଣରେ ମନ ବିଷାଦଗ୍ରସ୍ତ ଓ ଋଣମୁକ୍ତ ରହିବ। ସନ୍ତାନମାନେ ଅବଜ୍ଞା କରିବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଉପୁଜିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଶେଷ ସଫଳତା ମିଳିବ ନାହିଁ। ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ। ମହିଳାମାନେ ବିଷାଦଗ୍ରସ୍ତ ରହିବେ।

ବିଛା: କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ହେତୁ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ, କ୍ଷମତଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଦେଖାଦେବ। ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଓ ପରିବହନରେ ଆୟ ଅତି ଉତ୍ତମ ରହିବ। ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିପାରନ୍ତି। କର୍ମରେ ସଫଳତା ଏବଂ ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ। ଯେଉଁମାନଙ୍କର ବିଶାଖା ବିଛା ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସୁନାମ ଅର୍ଜନ କରିବେ। ମହିଳାମାନେ ଗୁରୁଜନଙ୍କ ସେବାରେ ବ୍ରତୀ ହେବେ।

ଧନୁ: ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ। ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ପ୍ରତି ଆନ୍ତରକିତା ଓ ଶ୍ରଦ୍ଧା ଅଧିକ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶାନୁରୂପ ସଫଳତା ମିଳିବ। ଯେଉଁମାନଙ୍କର ମୂଳା ଧନୁ ସେମାନେ ସୁଫଳ ପାଇବେ। 

ମକର: ଘାତବାର ଓ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ହେତୁ ବାଦବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର କଲାବେଳେ ସତର୍କ ହେବେ। ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ରହିବ। କର୍ମରେ ବିଫଳତା, କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା କରିବେ। ମହିଳାମାନେ ବଦଖର୍ଚ୍ଚି ହେବେ।

କୁମ୍ଭ : ଆମୋଦ ପ୍ରମୋଦ ଓ ମଉଜ, ମଜଲିସ ପ୍ରତି ମନରେ ଅଧିକ ଆଗ୍ରହ ଓ ଦୁର୍ବଳତା ପ୍ରକାଶ ପାଇବ। ସ୍ୱଜନ, ପ୍ରିୟଜନ, ବନ୍ଧୁ ଓ ପଡ଼ୋଶୀଙ୍କ ସହ ସୁସମ୍ପର୍କ ପ୍ରତିଷ୍ଠା ହେବ ଏବଂ ପରିବାରରେ ହସଖୁସିର ପରିବେଶ ରହିବ। ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ ପରିଶ୍ରମ ତୁଳନାରେ କର୍ମରେ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ। ବିଦ୍ୟାର୍ଥୀ ମଉଜମସ୍ତିରେ ମନ ଦେବେ। ମହିଳାମାନେ ସୌଭାଗ୍ୟବତୀ ହେବେ।

ମୀନ: ଦ୍ୱାଦଶ ଚନ୍ଦ୍ର ଘାତଚନ୍ଦ୍ର ଓ ଦ୍ୱାଦଶୀ ତିଥି ହେତୁ ଅଯଥା ଖର୍ଚ୍ଚ, ବଦଖର୍ଚ୍ଚ, ବୃଥା ଭ୍ରମଣ, ଅନୁଚିତ୍‌ କର୍ମ ପ୍ରତି ଆଗ୍ରହ ଏବଂ ସମସ୍ତ କର୍ମରେ ସମୟାନୁବର୍ତ୍ତିତାର ଅଭାବ ରହିବ। ମନରେ ହତୋତ୍ସାହ ଭାବ ଓ ଅସ୍ଥିରତା ବୃଦ୍ଧି ପାଇବ ଏବଂ ବ୍ୟସ୍ତତା ବଢ଼ିବ। ବାଣିଜ୍ୟ, ବ୍ୟବସାୟରେ ଆୟଠାରୁ ବ୍ୟୟ ଅଧିକ ରହିବ ଏବଂ କର୍ମରେ ଆଳସ୍ୟତା ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର ରେବତୀ ମୀନ ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରୁ ଦୂରେଇଯିବେ। ମହିଳାମାନେ ବଦଖର୍ଚ୍ଚି ହେବେ।

-Advertisement-

Leave a Reply