ଆସନ୍ତାକାଲିଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର

ପୁରୀ, ୩୧/୦୧: ଆସନ୍ତାକାଲିଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର । ଶ୍ରୀମନ୍ଦିର ଖୋଲିବା ନେଇ ଏସଓପି ଜାରି କରିଛି ମନ୍ଦିର ପ୍ରଶାସନ ।ଏସଓପି ଅନୁସାରେ, ଦୈନିକ ସକାଳ ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହିବ ଶ୍ରୀମନ୍ଦିର । ଫେବ୍ରୁଆରି ୧ତାରିଖରୁ ସର୍ବସାଧାରଣ ଦର୍ଶନ ପାଇଁ ଶ୍ରୀମନ୍ଦିର ଖୋଲିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। କୋଭିଡ୍‌ କଟକଣା ଭିତରେ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିବେ ବୋଲି କୁହାଯାଇଛି। ବିଶୋଧନ ଓ ଭିଡ଼ ଏଡ଼ାଇବା ପାଇଁ ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ ରହିବ। ପର୍ବପର୍ବାଣୀରେ କିନ୍ତୁ ଶ୍ରୀମନ୍ଦିର ଖୋଲା ରହିବ। ରାତ୍ରକାଳୀନ କର୍ଫ୍ୟୁ ଯୋଗୁ ଭକ୍ତମାନେ ସକାଳ ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ଶ୍ରଦ୍ଧାଳୁମାନେ ସାଥିରେ ଆଧାର/ଭୋଟର କାର୍ଡ ଆଣି ଆସିବେ । ଆଧାର/ଭୋଟର କାର୍ଡ ସହିତ ଡବଲ ଡୋଜ୍ ଟିକା ସାର୍ଟିଫିକେଟ ବି ଜରୁରୀ । ଭକ୍ତମାନେ ପୂର୍ବଭଳି ୯୬ ଘଣ୍ଟା ଭିତରର ଆର୍‌ଟିପିସିଆର୍‌ ରିପୋର୍ଟ କିମ୍ବା କୋଭିଡ୍‌ର ଦୁଇଟି ଡୋଜ୍‌ ଟିକା ପ୍ରମାଣପତ୍ର ଦେଖାଇ ଓ କୋଭିଡ୍‌ ନିୟମ ଅନୁପାଳନ ପୂର୍ବକ ମହାପ୍ରଭୁଙ୍କ ଦର୍ଶନ କରିବେ।

-Advertisement-
-Advertisement-